ବୁଧବାର ସନ୍ଧ୍ୟାରେ ବୌଦ୍ଧ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ମହିଳା ମାନଙ୍କ ସୁରକ୍ଷା ପାଇଁ ବୌଦ୍ଧ ପୋଲିସର ଭୈରବୀ ସ୍କ୍ବାଡ଼ ଉଦଘାଟିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଓ ସମ୍ମାନୀତ ଅତିଥି ଭାବରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇ ଉଦଘାଟନ କରିଥିଲେ | ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ |