କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଧନୁର୍ଜୟପୁର ନିକଟରେ ଆଜି ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରାଯାଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଦୁଇ ଜଣ ହେଲେ ଝାଟିପଡ଼ା ଗ୍ରାମର ମାନସ ବାରିକ ଓ ରୋହିତ ଦେହୁରୀ ବୋଲି ଜଣାପଡିଛି।