ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରୋଗୀ କଲ୍ୟାଣ ସମିତି ବୈଠକରେ ଯୋଗ ଦେଲେ ସାଂସଦ
ବାଲେଶ୍ୱର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀ କଲ୍ୟାଣ ସମିତି ପରିଚାଳନା କମିଟି ବୈଠକ ଆଜି ପୂର୍ବାହ୍ନ ୧୧.୩୦ ମିନିଟ ସମୟରେ ଅନୁଷ୍ଠିତ।ଏହି ବୈଠକରେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ,ଶାସକ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ,ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା,ବସ୍ତା ବିଧାୟିକା ସୁବାସିନୀ ଜେନା,ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ, ସୋର ବିଧାୟକ ମାଧବ ଧଡା,ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ସୁଧାକର ନାଏକ,ଅତିରିକ୍ତ ଜିଲ୍ଲାପାଳ (ରେଭିନ୍ୟୁ)ହେମନ୍ତ ସିଂ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।