ରୁଗୁଡି ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ଗୁଆଲି ନିକଟରେ ଆଜି ସନ୍ଧ୍ୟାରେ ଏକ ବାଇକରେ କୋଇଡା ଅଭିମୁଖେ ଯାଉଥିବା ଗୁଆଲି ଅଂଚଳର ଧ୍ରୁବ ଚରଣ ନାୟକଙ୍କୁ ଏକ ଟ୍ରକ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିବା ଜଣା ପଡିଛି। ଏନେଇ ଘଟଣା ସ୍ଥଳରେ ସାମାନ୍ୟ ଉତ୍ତେଜନା ଦେଖା ଯାଇଥିବା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ରହିଛି।