ଶନିବାର ମଧ୍ୟାହ୍ନ 12 ଘଣ୍ଟା ସମୟରେ ଜିଲ୍ଲା ସ୍ତରୀୟ ଜନଜାତି ଗୌରବ ଦିବସ 2025 ସ୍ଥାନୀୟ ଯଦୁମଣି ପ୍ରଧାନ ଅଡିଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି | ବିର୍ସା ମୁଣ୍ଡାଙ୍କ 150 ତମ ଜୟନ୍ତୀ ପୂର୍ତ୍ତି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ସଭାପତିତ୍ବରେ ଜିଲ୍ଲା ସ୍ତରୀୟ ଜନଜାତି ଗୌରବ ଦିବସ ପାଳନ ହୋଇଯାଇଛି | ମୁଖ୍ୟ ଅତିଥି ଭାବେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଯୋଗଦାନ କରିଥିଲେ | ଏହି ଅବସରରେ ମୁଖ୍ୟ ଅତିଥି ଘେଁସ ଜମିଦାର ସହିଦ ମାଧୋ ସିଂଙ୍କ ଦାୟାଦ ଶ୍ରୀଯୁକ୍ତ ଲୋକେଶ୍ୱର ସିଂ ବରିହାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।