ଜୁଜୁମୁରା: ଛାମୁଣ୍ଡା ପଞ୍ଚାୟତ ରେ ଦୁର୍ନିତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଛାମୁଣ୍ଡା ପଞ୍ଚାୟତ ରେ ଦୁର୍ନିତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ଜୁଜୁମୁରା ବ୍ଳକ ଅନ୍ତର୍ଗତ ଛାମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ରବିବାର ସକାଳେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ସମ୍ବଲପୁର ଦୁର୍ନିତି ନିବାରଣ ବିଭାଗ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ , ଏମବିକେ , ସିଆରପି ମାନେ ଯୋଗଦେଇ ଦୁର୍ନୀତି ହଟାଇ ବା ସମ୍ବନ୍ଧରେ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ । ଶେଷରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।