ଝାରସୁଗୁଡା: କିର୍ମିରା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଆଜି କିର୍ମିରା ବ୍ଳକ କାର୍ଯ୍ୟାଳୟଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଜନ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଅବୋଲୀ ସୁନିଲ ନରଭାଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ମିତ ପି ପରମାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରବୀର କୁମାର ନାୟକ, ଉପଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ, ଡେପୁଟି କଲେକ୍ଟରଙ୍କ ସମେତ ଜିଲ୍ଲା ସ୍ଥରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।