ବରଗଡ଼ ଜର୍ଜ ହାଇସ୍କୁଲ ପଡିଆ ଠାରେ ଆରମ୍ଭ ହେଲା ପୁସ୍ତକ ମେଳା | ଆଜି ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ହେବ ବରଗଡ଼ରେ ପୁସ୍ତକ ମେଳା | ଗୁରୁବାର ସନ୍ଧ୍ୟା 7 ଘଣ୍ଟା ସମୟରେ କାର୍ଯ୍ୟକ୍ରମର ଉଦଘାଟନ ଉତ୍ସବରେ ବରଗଡ଼ ବିଧାୟକ ଶ୍ରୀ ଅଶ୍ୱିନୀ ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ଯୋଗଦେଇଥିଲେ | ଏହି ଅବସରରେ ପ୍ରତ୍ୟେକ ବର୍ଷ ଭଳି ଗାନ୍ଧୀ ଜୟନ୍ତୀ ଓ ପୁସ୍ତକ ମେଳା ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯିବା ସହ