ରୁଗୁଡି ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ଟୋପାଡିହି ନିକଟରେ ଆଜି ଏକ ହାଇୱା ବାଇକକୁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିବା ବେଳେ ଗାଡି ଅଟକ ରହିଥିବା ସୂଚନା ମିଳିଛି।