ରେଭେନ୍ସା ବାଳିକା ବିଦ୍ୟାଳୟକୁ ଶନିବାର ଅପରାହ୍ନ ରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସଂସଦ ଭର୍ତ୍ତୃହରି ମହତାବ ପରିଦର୍ଶନ କରିଛନ୍ତି। ବିଦ୍ୟାଳୟର ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ ଏହି ଶିକ୍ଷାନୁଷ୍ଠାନର ଐତିହାସିକ ପୃଷ୍ଠଭୂମି ଓ ସ୍ଥାପତ୍ୟକୁ ଦୃଷ୍ଟିରେ ରଖି ବିଦ୍ୟାଳୟର ଭବନ, ଶ୍ରେଣୀଗୃହ, ଛାତ୍ରୀ ନିବାସ ଏବଂ ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ କଟକ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।