ରାଇରଙ୍ଗପୁର ସହର: ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଓ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ; ବହଳଦାର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟକ୍ରମ
ଶନିବାର ଦିନ ପ୍ରାୟ ୧୨.୩୦ଟାରେ ଜାତୀୟ କୃଷି ବିଜ୍ଞାନ ପରିସର ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଦେଶରେ ଧନ ଧାନ୍ୟ କୃଷି ଓ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନ ଯୋଜନାର ଶୁଭାରମ୍ଭ ହୋଇଛି। ଏହି କ୍ରମରେ ମୟୂରଭଞ୍ଜ ଜିଲ୍ଲା ବହଳଦା ବ୍ଲକର ବିଡିଓ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଭିନ୍ନ ପଞ୍ଚାୟତ ଠାରେ ଆଭାସୀ ମାଧ୍ୟମରେ ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।