ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଲଙ୍ଗଳେଶ୍ବର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଆଜି ୨୨ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜି ଦିନ ପ୍ରାୟ ୧୧ ଟା ସମୟରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ସଭାପତି ପଦ୍ମ ଚରଣ ସୁବୁଦ୍ଧି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ ।