ଝାରସୁଗୁଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଡି.ଏମ୍.ଏଫ୍ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ 'ମିଶନ ବାତ୍ସଲ୍ୟ' ଓ ଶିଶୁ ସୁରକ୍ଷା ପରାମର୍ଶଦାତା କମିଟିର ତ୍ରୈମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଯାଇଛି l ଆଜି ଅପରାହ୍ନ ପ୍ରାୟ ୩ ଟା ରୁ ୪ ଟା ମଧ୍ୟରେ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ ଶିଶୁମାନଙ୍କ କଲ୍ୟାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସରକାରୀ ଯୋଜନାର ଅଗ୍ରଗତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି l