ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଉପଖଣ୍ଡ ସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ l ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର କଲେଜ ଛକ ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ସୋମବାର ସକାଳେ ଉପଖଣ୍ଡ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହନ୍ତ ପ୍ରଦୀପ ପ୍ରଜ୍ବଳନ କରି ଏହି ଶିବିର କୁ ଉଦଘାଟନ କରିଥିଲେ। ଏହି ଶିବିରରେ ଭିମସାର ବିଶେଷଜ୍ଞଙ୍କ ଦ୍ୱାରା ଦିବ୍ୟାଙ୍ଗ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ସେମାନଙ୍କୁ ଅନଲାଇନରେ ପ୍ରମାଣପତ୍ର ଦେବାର ବ୍ୟବସ୍ଥା କରାଯାଇଥିଲା।