ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୁଡାପଦର ଓ ଅଇଁଳାତୁଙ୍ଗା ମଧ୍ୟବର୍ତ୍ତୀ ସୁକତେଲ ନଦୀ ଉପରେ ଏକ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ନିମନ୍ତେ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ। ଆଜି ଅପରାହ୍ନ ୪ଟା ସମୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟ ମନ୍ତ୍ରୀ କହିଛନ୍ତି, ଏହି ସେତୁ ନିର୍ମାଣ ଦ୍ୱାରା ଦୁଇ ଅଞ୍ଚଳ ମଧ୍ୟରେ ଯୋଗାଯୋଗ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବ। ସେଥିସହ ସ୍ଥାନୀୟ ଲୋକଙ୍କ ଯାତାୟାତ ସୁବିଧା ବୃଦ୍ଧି ପାଇବା ସହ ଅଞ୍ଚଳର ଅର୍ଥନୀତି ଓ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହେବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି।