ଯୋଡ଼ା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ଲହଣ୍ଡା ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରଲରକୁ ପଛପଟୁ ଏକ ବାଇକ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଓ ଯୋଡ଼ା ଡ଼ାକ୍ତରଖାନାରେ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ସୃୃଷ୍ଟି ହୋଇଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଜାରି ରଖିଥିବା ସୂଚନା ରହିଛି।