ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଅକ୍ଟୋବର ୧୮ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ବୁଧବାର ଅପରାହ୍ନ ପ୍ରାୟ ୫ଟାରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।