ଦେବଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ଇନ୍ଦିରାଗାନ୍ଧୀ ଷ୍ଟାଡିୟମ ଠାରେ ଗୁରୁବାର ଦିନ ପ୍ରାୟ ୪ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ ଛାତ୍ର ଛାତ୍ରୀ ମାନଙ୍କର କ୍ରୀଡା ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ଯୋଗ ଦେଇଥିଲେ।