ଅମ୍ବାଭୋନା: ଅମ୍ବାଭୋନା ବ୍ଲକ ସଭାଗୃହ ରେ ଆଜି ଜିଲ୍ଲାପାଳ ଙ୍କ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ,ସର୍ବମୋଟ 68 ଅଭିଯୋଗ ପଞ୍ଜିକୃତ
ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ସଭାଗୃହରେ ଆଜି ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର 10 AM ରୁ 2 PM ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ବରଗଡ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଙ୍କ ତତ୍ୱାବଧାନ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମିନା, ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ସିଂ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ମହନ୍ତ, ବ୍ଲକ ଅଧ୍ୟକ୍ଷ କୀର୍ତ୍ତିଚନ୍ଦ୍ର ଦୁଆନ, ଅମ୍ବାଭୋନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲଳିତ ବାଗ ଉପସ୍ଥିତ ଥିଲେ ।