ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାରେ ୪୧ ଡିଗ୍ରୀ ଛୁଇଁଲା ତାପମାତ୍ରା; ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
ବାଲେଶ୍ଵର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ଅପରାହ୍ନ ସୁଦ୍ଧା ୪୧ ଡିଗ୍ରୀ ଛୁଇଁଛି ତାପମାତ୍ରା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ସୂଚନା ମିଳିଛି। ଜିଲ୍ଲାରେ ଗତ କିଛିଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ତାପମାତ୍ରା ପ୍ରାୟ ୩୫ ଡିଗ୍ରୀ ଉପରେ ରହୁଛି। ଆଗାମୀ କିଛି ଦିନ ଏଭଳି ହିଟୱେଭ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।