ଆସନ୍ତା ଜାନୁଆରୀ ୨୫ ତାରିଖରେ ୧୬ତମ ଜାତୀୟ ଭୋଟର ଦିବସ ପାଳନ ନିମନ୍ତେ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଅପରାହ୍ନ ଚାରିଟା ସମୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଚଳିତ ବର୍ଷର କାର୍ଯ୍ୟକ୍ରମକୁ ଅଧିକ ପ୍ରଭାବଶାଳୀ ଓ ସ୍ମରଣୀୟ କରିବା ପାଇଁ ରୂପରେଖ ପ୍ରସ୍ତୁତ କରାଯିବା ସହ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଜାନୁଆରୀ ୨୫ ତାରିଖ ସକାଳେ ସହରର ପୁରୁଣା ବସ୍ ଷ୍ଟାଣ୍ଡରୁ ଜିଲ୍ଲାପାଳଙ୍କ