ଦେବଗଡ: ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଦେବଗଡ ମହାବିଦ୍ୟାଳୟ ଅଡିଟୋରିୟମରେ ଅନୁଷ୍ଠିତ
ଦେବଗଡ଼ ଜିଲ୍ଲା ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦେବଗଡ଼ ମହାବିଦ୍ୟାଳୟ ଅଡିଟୋରିଅମ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଦିନ ୧୦ ରୁ ସନ୍ଧ୍ୟା ପ୍ରାୟ ୬ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ତଥା ପ୍ରକଳ୍ପ ସଂଯୋଜକ ଗେନ୍ଦେରା କୁଜୁରଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ବ କରିଥିଲେ ।