ସୋନପୁର: ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସଦର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ
ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ,ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୬୬ ( ଛଅସଠି ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୫୮ ( ଅଠାବନ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୮ ( ଆଠ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା।