ରବିବାର ଦିନ ବୌଦ୍ଧ ବ୍ଲକ ବହିରା ଠାରେ ରାଜ୍ୟ ସରକାରଂକ ଦୁଇ ଜଣ ବରିଷ୍ଠ ମନ୍ତ୍ରୀଙ୍କୁ ବହିରା ଠାରେ ମଣ୍ଡଳ ବିଜେପି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି | ମିଳିଥିବା ସୂଚନା ଅନୁଯାୟୀ ପଲସା ଗୋରାକୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ କୁମାର ମହାଲିଙ୍ଗ ଓ ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଜାତୀୟ ରାଜପଥ ନଂ 57 ରେ ଯାଉଥିବା ବେଳେ ବହିରା ଛକ ଠାରେ ମଣ୍ଡଳ ବିଜେପି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଥିଲା l