ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ସମ୍ମିଳନୀ କକ୍ଷରେ ସ୍ଵଚ୍ଛତା ପକ୍ଷ ପାଳନ ନେଇ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। କାଲିମେଳା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର କର ଙ୍କ ନେତୃତ୍ଵରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସାମାଜିକ କର୍ମୀ, ବଜାର କମିଟିର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।