ବାମରା ବ୍ଲକ କେଛୁପାଣି ସ୍ଥିତ ଶକ୍ତିଶ୍ରୀ ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ ର ୪୪ ତମ ବାର୍ଷିକ ଉତ୍ସବ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବିନାରାୟଣ ନାୟକ ଯୋଗଦେଇ ଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ମେହେର ବାର୍ଷିକ ବିବରଣୀ ପଠନ କରିଥିଲେ।