ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ବଡ଼ଗାଁ ପିଏମଶ୍ରୀ ସରକାରୀ ହାଇସ୍କୁଲ ପ୍ରାଙ୍ଗଣରେ ଆଜି ପ୍ରଧାନ ଶିକ୍ଷୟିତ୍ରୀ ସୁନିତା ଲାକ୍ରା ଙ୍କର ସଭାପତିତ୍ବରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଆଜି ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ଆଇଟିଆଇ ର ଚେୟାରମେନ ଡଃ ଅରୁଣ କୁମାର ନାୟକ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବଡ଼ଗାଁ ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ହେମନ୍ତ କୁମାର ପଣ୍ଡା ଅଂଶଗ୍ରହଣ କରିଥିଲେ।