ବାମରା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି।ଏଥିରେ ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ସିବେଶ କୁମାର ଯଶପେସିପ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ବାମରା ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ସାହୁ ମୁଖ୍ୟ ବକ୍ତା ଥିବାବେଳେ,ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷକ ଅମିତ୍ର କୁମାର ବିଶ୍ୱାଳ ଓ ବାମରା ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଫୁଳମଣୀ ମାଝୀ ସାମିଲ ହୋଇ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।