ଆଜି ହେଉଛି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଙ୍କ ଜନ୍ମ ଦିନ ।ଏହି ଅବସରରେ ରାଉରକେଲା ସହରରେ ବିଭିନ୍ନ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନରେ ବ୍ରାଇଟ ଲାଇନ୍ ଓ୍ବେଲଫେର କମିଟି ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। କମିଟିର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଏହାର ପରିଚାଳନା କରିଥିଲେ। ଏହି ଅବସରରେ ବହୁ ସଂଖ୍ୟାରେ ଯୁବକ ତଥା ସ୍ବେଚ୍ଛାକୃତ ରକ୍ତଦାତା ରକ୍ତଦାନ କରିଥିଲେ।