ସଦର: ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ସାଇବର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜି ସକାଳ 11 ଟା ସମୟରେ ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ସାଇବର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କଳାହାଣ୍ଡି ସାଂସଦ ମାଳବିକା ଦେଵୀ, କଳାହାଣ୍ଡି ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକାରୀ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଙ୍କ ଉପସ୍ଥିତି ରେ ସମାଜ ରେ ହେଉଥିବା ସାଇବର ଠକେଇ ଓ ତାର ସୁରକ୍ଷା ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁ ଉପରେ ଆଲୋଚନା କରାଯାଇଥିଲା