ରାଉରକେଲା ସହରର ଡ୍ରେନେଜ୍ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ତଥା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ସକାଶେ ଖୁବ୍ ଶୀଘ୍ର ଷ୍ଟର୍ମ ୱାଟର ଡ୍ରେନେଜ୍ ସିଷ୍ଟମ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥି ନେଇ ଶୁକ୍ରବାର ପୂର୍ବାହ୍ନରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଇକୋମେଟ୍ରିକ୍ସ କନସଲଟାଣ୍ଟସ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷର ହୋଇଛି।