ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଙ୍କ ଅଧ୍ୟକ୍ଷତାରେ ବୁଧବାର ଅପରାହ୍ନ ପ୍ରାୟ ୪ ଟାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି ଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ପୋଲିସ ଅଧିକାରୀ ତଥା ବିଭିନ୍ନ ବିଭାଗୀୟ ଅଧିକାରିଙ୍କ ଉପସ୍ଥିତିରେ ଅଭିଯାନର ସଫଳ କାର୍ଯ୍ୟାନ୍ଵୟନ ପାଇଁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିବା ନେଇ ଜଣାପଡିଛି।