ଥାନା ପରିସରରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଲୋଚନା କଲେ ଉପଜିଲ୍ଲାପାଳ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ପରିସରରେ ସୋମବାର ସକାଳେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ରେଢ଼ାଖୋଲ ଜନ ସାଧାରଣଙ୍କ ସହ ଉପଜିଲ୍ଲାପାଳ ଆଲୋଚନା କରିଛନ୍ତି । ସହରରେ ଟ୍ରାଫିକ ସମସ୍ୟା , ଡାକ୍ତରଖାନାରେ ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତର ସମସ୍ୟା ଏବଂ ଆସନ୍ତା ୨୯ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଲୋକ ମହୋତ୍ସବ ର ପ୍ରସ୍ତୁତି ବାବଦରେ ଆଲୋଚନା କରିଥିଲେ ।