ଦେବଗଡ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲାର ବିଭିନ୍ନ ସ୍ଥାନରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଶୁଭାରମ୍ଭ
ସ୍ୱାସ୍ଥ୍ୟ ବିଭାଗ ଆନୁକୂଲ୍ୟରେ ଦେବଗଡ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ସମେତ ଜିଲାର ସମସ୍ତ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆଜି ଠାରୁ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଶୁଭାରମ୍ଭ ହୋଇଯାଇଛି । ଆଜି ସନ୍ଧ୍ୟା ୫ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଭାରପ୍ରାପ୍ତ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧନୁର୍ଜୟ ମହନ୍ତଙ୍କ ଅଧ୍ୟକ୍ଷତାରେ ଦେବଗଡ ଜିଲା ମୂଖ୍ୟ ଚିକିତ୍ସାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଜିଲାପାଳ କବିନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ ।