ଭଣ୍ଡାରିପୋଖରୀ: ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ପାଇଁ ନିରଞ୍ଜନ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
ଆଜି କଂଗ୍ରେସ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି ଦଳ। ତେବେ ଏଠାରେ ପୂର୍ବରୁ ବିଜେଡିରୁ ସଞ୍ଜିବ ମଲ୍ଲିକ ପ୍ରାର୍ଥୀ ହୋଇଥିବା ବେଳେ ଆଜି କଂଗ୍ରେସରୁ ନିରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେପି ଏପର୍ଯ୍ୟନ୍ତ ଏଠାରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ।