ରାଇରଙ୍ଗପୁର ସହର: ତିରିଂ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ; ୨୦୫ ଟି ଅଭିଯୋଗର ହେଲା ଶୁଣାଣୀ
ସୋମବାର ଦିନ ପ୍ରାୟ ୧୦ ଟା ରୁ ଦିନ ୨ଟା ଯାଏଁ ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ତିରିଂ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ୨୦୫ ଗୋଟି ଅଭିଯୋଗର ହେଲା ଶୁଣାଣୀ ହୋଇଥିଲା। ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଏଡିସନାଲ ଏସପି ଙ୍କ ସମେତ ଉପଖଣ୍ଡ ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।