ଓଡିଶା ସରକାରଙ୍କ ମହିଳା ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜିଲ୍ଲା ନୋଡାଲ ଅଧିକାରୀ ଶୁଭା ଶର୍ମା ୩ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ସୋମବାର ଅପରାହ୍ନ ପ୍ରାୟ ୫ ଟାରେ ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇ ଜିଲ୍ଲାରେ ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସ୍ଥିତି ଓ ଉନ୍ନୟନ ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।