ଲାଞ୍ଜିଗଡ: ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବାଦଲି କିସ୍ ଆବାସିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଅଭିଭାବକ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ
ରବିବାର ଅପରାହ୍ନରେ ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ତଥା ସଦର ବ୍ଲକ୍ ଅଧୀନସ୍ଥ ବାଦଲି କିସ୍ ଆବାସିକ ବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଅଭିଭାବକ ସମ୍ମିଳନୀ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଇଯାଇଛି। ଏଥିରେ ଆଦିବାସୀ ନେତା ପରମାନନ୍ଦ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲାର ୧୩ ଗୋଟି ବ୍ଲକର ଅଭିଭାବକ ଏବଂ ପୁରାତନ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ।