ରାଇଘରଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। ରାଇଘର ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝଙ୍କର,ଏସ ଡି ପି ଓ ଉମରକୋଟ ଶୁଭେନ୍ଦୁ ଶବର, ବି ଡି ଓ ,ରାଇଘର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ