ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ସୋମବାର ଦିନ ମଙ୍ଗଳପୁର ସ୍ଥିତ ମହାମାୟୀ ଉପ୍ରା ବିଦ୍ୟାଳୟ ପରିସରରେ ଉଦ୍ଘାଟିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ନାରାୟଣ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବିଶେଷ କାର୍ଯ୍ୟକ୍ରମରେ ସୁକିନ୍ଦା ବିଡିଓ ପ୍ରଜ୍ଞାପରମିତା ପୃଷ୍ଟି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ , ଅତିରିକ୍ତ ମଣ୍ଡଳ ଶିକ୍ଷାଧିକାରୀ ଗୋବର୍ଦ୍ଧନ ପ୍ରଧାନ, ପ୍ରେମାଞ୍ଜଳୀ ନାୟକ, ମନ୍ତ୍ରୀଙ୍କ ପ୍ରତିନିଧି ଶେଖର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ ।