ଅନୁଗୋଳ: ପରା ଗ୍ରାମରେ ବିଷ ପିଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ
Anugul, Angul | Nov 15, 2025 ସୂଚନା ମୁତାବକ ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ପରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁ ଙ୍କ ପୁଅ ସୁଜିତ୍ ସାହୁ (୩୫) ଶୁକ୍ରବାର ଦିନ ଘରେ କୈଣସି କାରଣକୁ ନେଇ ଝଗଡ଼ା ହୋଇ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରି ଥିଲେ ତାଙ୍କୁ ଘରଲୋକେ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଏଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଥିଲା ଡାକ୍ତରଖାନା କର୍ତ୍ତୃପକ୍ଷ ଥାନାରେ ଜଣାଇବା ପରେ ଶବକୁ ବ୍ୟବଚ୍ଛେଦ ପାଇଁ ଶବ ଗୃହରେ ରଖାଯାଇଛି ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ଘର ଲୋକଙ୍କୁ ହସ୍ତାନ୍ତର କରାଯିବ।