ପିପିଲି ପୁରୀ ଜାତୀୟ ରାଜପଥର ମଙ୍ଗଳପୁର ଠାରେ ଆଜି ମଧ୍ୟାହ୍ନ ୧୨ଟାରେ ନୂତନ ଏଚଏନ ରିଶୋର୍ଟ ଆଣ୍ଡ କାନଭେନସନ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ ମୁଖ୍ୟ ଅତିଥି, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ନୟାଗଡ଼ ଜିଲ୍ଲା ବିଜେପି ସଭାପତି ତାପସ ରଞ୍ଜନ ମାର୍ଥା, ବିଜେପି ରାଜ୍ୟ ପ୍ରବକ୍ତା ସଜ୍ଜନ ଶର୍ମା, ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ମଧୁ ସୁଦନ ସିଂହାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରିଶୋର୍ଟକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।