ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଟ୍ରମା କେୟାର, ଓ OPD ର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ଆଜି ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନୂତନ ଭାବେ ନିର୍ମିତ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଶୁଭ ଉଦ୍ଘାଟନ କରିଛନ୍ତି। ଟ୍ରମା କେୟାର ସେଣ୍ଟର ଓ OPD ନିର୍ମାଣ ପାଇଁ ରାଜ୍ୟ ସରକାର ପକ୍ଷରୁ ମୋଟ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ମାଧ୍ୟମରେ ଦୁର୍ଘଟଣାଗ୍ରସ୍ତ ରୋଗୀମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ସୁବିଧା ମିଳିପାରିବ। ଏହା ସହିତ ଡାକ୍ତରଖାନା ପରିସରରେ ୨ କୋଟି ୫୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ CSSD (Central Sterile Supply Depar