ସୋନପୁର: ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରେ ବ୍ଲକ ସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଆସନ୍ତା ୧୭ ସେପ୍ଟେମ୍ବର ରୁ ୨ ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡୁଙ୍ଗୁରିପାଲି, ସମସ୍ତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ସ୍ଵାସ୍ଥ୍ୟ ଉପକେନ୍ଦ୍ର ଠାରେ ସ୍ଵସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଆଜି ଅଧୀକ୍ଷକ ଡା ରବିନ୍ଦ୍ରନାଥ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଏକ ବ୍ଲକ ସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ ଡା ପଣ୍ଡା ସମସ୍ତ ଙ୍କୁ ସ୍ଵାଗତ କରିବା ସହ ଏହି ଅଭିଯାନ ର ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିଲେ । ସେ କହିଥିଲେ ଯେ ମହିଳା ମାନଙ୍କୁ ସ୍ଵାସ୍ଥ୍ୟ କ୍ଷେତ୍ରରେ ସଶକ୍ତ