ବୀରମିତ୍ରପୁର: ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ।
ପିଏମଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଖୁଣ୍ଟଗାଁ ପରିସରରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରିନ୍ସିପାଲ୍ ତନୁଜା ନନ୍ଦିନୀ ତନ୍ତୀଙ୍କ ସଭାପତିତ୍ବରେ ଆରମ୍ଭ ହୋଇଥିଲା।ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ବାରା ଗଛର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା ଏବଂ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ ଅତି କମରେ ଗୋଟିଏ ଗଛ ଲଗାଇବାକୁ ପ୍ରେରଣା ଦେଇଥିଲେ ଓ ଉତ୍ସାହିତ କରିଥିଲେ।