ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ସଫଳ କରିବା ସହ ସ୍ୱାଗତ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ ଓ ସ୍ମରଣୀୟ କରିବା ପାଇଁ ବିଭିନ୍ନ ପ୍ରସ୍ତୁତି ଆସନ୍ତା ୨୫ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ, ସ୍ୱାଗତ ପାଇଁ ପ୍ରସ୍ତୁତି ବୈଠକରେ ଯୋଗଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର !
ଆସନ୍ତା ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତାଙ୍କ ଗସ୍ତକୁ ନେଇ ସ୍ୱାଗତ ଓ ପ୍ରସ୍ତୁତି କାର୍ଯ୍ୟ ଜୋରଦାର ହୋଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ଏହି ବୈଠକରେ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ସଫଳ କରିବା ସହ ସ୍ୱାଗତ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ ଓ ସ୍ମରଣୀୟ କରିବା ପାଇଁ ବିଭିନ୍ନ ପ୍ରସ୍ତୁତି ଏବଂ ଆବଶ୍ୟକୀୟ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଦଳୀୟ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ରହିଥିବା ବେଳେ, ଓଡ଼ିଶାରେ ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତି ଉପରେ ଗୁରୁତ୍ୱ ଦିଆଯାଉଛି।
#NarendraModi #KrushnaChandraPatra #OdishaNews #Dhenkanal#newsodiaodishaBJP ModiOdishaVisit Odisha
Dhenkanal Sadar, Dhenkanal | Oct 23, 2026