ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୨୩ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।