ପଦ୍ମପୁର: ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ
ଆଜି ଶୁକ୍ରବାର 11 ଟା ସମୟରେ ବରଗଡ଼ ଜିଲ୍ଲା ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ, ସମ୍ମାନିତ ଅତିଥି ଭାବରେ beo ଲୋକନାଥ ଭୋଇ, abeo ଜୟ କୁମାର ସାହୁ, ଆର.ବି ହାଇସ୍କୁଲ ପ୍ରଧାନ ଶିକ୍ଷକ ଯୋଗଦେଇଥିଲେ। ପ୍ରଥମେ ଦୀପ ପ୍ରଜ୍ବଳନ କରିବା ସହ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରି ବାଳ ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ।