ବୁଧବାର ଅପରାହ୍ନରେ କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର କୁଲେଇଜୋର ବୁଲାଣି ନିକଟରେ ଘଟିଛି ଏକ ବାଇକ୍ ଦୁର୍ଘଟଣା। ଏଥିରେ ଦୁଇ ବାଇକ୍ ଆରୋହୀ ରାସ୍ତା କଡ଼ରେ ଛିଟିକି ପଡି ଗୁରୁତର ହେଇଛନ୍ତି। ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ସଂଧ୍ୟା ସାଢେ଼ ୬ଟା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।