ଖୋର୍ଦ୍ଧା ସ୍ଥିତ ବିଜେବି ସରକାରୀ ଉଚ୍ଚ ବିଦ୍ୟାଳୟରେ ୬୯ତମ ରାଜ୍ୟ ସ୍ତରୀୟ ସତରଞ୍ଜ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ ଓଡିଶାର ସମସ୍ତ ଆଦର୍ଶ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏଥିରେ କଳାହାଣ୍ଡି ଜିଲ୍ଲା ପକ୍ଷରୁ ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଧଅରା ଭଟା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ବାଳକ ବିଭାଗ ରୁ ୯ନବମ ଶ୍ରେଣୀ ଗୌତମ ହରିଜନ ଓ ବାଳିକ ବିଭାଗ ରୁ ବବିତା ଦୋରା ଅଂଶ ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ଲାଞ୍ଜିଗଡ଼ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଛାତ୍ରୀ ୫ମ ସ୍ଥାନ ଅଧିକାର କରିଥିବା ସୁଚନା।